ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା, କାଲି ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ଏହି ଅବସରରେ ମନ୍ଦିର ଭିତରକୁ ଭିଆଇପିଙ୍କ ପ୍ରବେଶକୁ ବାରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ସେହିପରି ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରଥଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଗୃହ ବିଭାଗର ପ୍ରସ୍ତୁତି ସଂପର୍କରେ ସେ ଅନୁଧ୍ୟାନ କରିବେ।