ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍ ଭୁବନେଶ୍ବରରୁ ଝାରସୁଗୁଡ଼ା ଅଭିମୁଖେ ଆସୁଥିବାର ସୂଚନା ହସ୍ତଗତ ହୋଇଛି। ଏହି ଟିମ୍ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିବ ବୋଲି କୁହାଯାଉଛି। ତେବେ ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।
ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ କରିଥିବା ଜଣାପଡ଼ିଛି। ତେବେ କ୍ରାଇମବ୍ରାଞ୍ଚ ଯେଉଁ ଚାର୍ଜସିଟ୍ ଦାଖଲ କରିବ, ତାହ କେତେ ପୃଷ୍ଠା ସମ୍ବଳିତ ଏବଂ ସେଥିରେ କଣ ସବୁ ଉଲ୍ଲେଖ ରହିଛି, ତାହା ଉପରେ ରହିଛି ନଜର।

Leave A Reply

Your email address will not be published.