ଭୁବନେଶ୍ବର: ଆସନ୍ତା ୩ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଜୁଲାଇ ୭ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ସ୍ଥାନରେ ୟେଲୋ ଆଲର୍ଟ ଜାରି କରିଛି ବିଭାଗ।
ସେହିପରି ଜୁଲାଇ ୮ରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।