ଭୁବନେଶ୍ୱର: ଖୁବ୍ଶୀଘ୍ର ଜିଲ୍ଲା ଓ ବ୍ଲକ ସ୍ତରକୁ ଯାଇ ଅଭିଯୋଗ ଶୁଣିବେ ମନ୍ତ୍ରୀ l ଶୁଣାଣି ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ୧୭୫୦ ପଞ୍ଜୀକରଣ ହୋଇଛି l ସମସ୍ତଙ୍କୁ ତ୍ବରିତ ବେଗରେ ନ୍ୟାୟ ଦେବା ସରକାରଙ୍କ ଉଦ୍ଦେଶ୍ୟ ବୋଲି କହିଛନ୍ତି ପ୍ରଭାତୀ ପରିଡା l
ସେ ଆହୁରି ମଧ୍ୟ କହିଛନ୍ତି ଫେ ସବୁ ସୋମବାର କେଉଁଠି ନା କେଉଁଠି ମନ୍ତ୍ରୀ ରହି ଅଭିଯୋଗ ଶୁଣିବେ l ୩ ମାସରେ ଥରେ ଆସୁଥିବା ଅଭିଯୋଗ ଓ ସମାଧାନର ସମୀକ୍ଷା ହେବ l ବ୍ଳକ ସ୍ତରର ସମସ୍ୟାକୁ ୭ ଦିନ ମଧ୍ୟରେ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ l