ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଫିଜିର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମଙ୍ଗଳବାର ଫିଜିର ସର୍ବୋଚ୍ଚ ନାଗରିକ ପୁରସ୍କାର ‘Companion of the Order of Fiji’ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ଏବେ ଦୁଇ ଦିନିକିଆ ଫିଜି ଗସ୍ତରେ ରହିଛନ୍ତି।

ଏହି ସମ୍ମାନ ଭାରତ ଓ ଫିଜି ମଧ୍ୟରେ ଥିବା ଗଭୀର ବନ୍ଧୁତାର ପ୍ରତିଫଳନ। ଭାରତ ବିଶ୍ୱ ମଞ୍ଚରେ ଶକ୍ତିଶାଳୀ ରାଷ୍ଟ୍ର ଭାବେ ଉଭା ହେଉଥିବା ବେଳେ ଆମେ ଫିଜି ସହ ଭାଗିଦାରୀ କରିବାକୁ ପ୍ରସ୍ତୁତ ବୋଲି ରାଷ୍ଟ୍ରପତି ମୁର୍ମୁ ଅଭିହିତ କରିଛନ୍ତି।

ତେବେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ଏନେଇ ସୂଚନା ଦିଆଯାଇଛି। ଫିଜିର ରାଷ୍ଟ୍ରପତି ରାତୁ ୱିଲିୟମ ମିଆଭାଲିଲି କାଟୋନିଭେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ‘Companion of the Order of Fiji’ ପୁରସ୍କାର ପ୍ରଦାନ କରିଛନ୍ତି। ଏହା ହେଉଛି ଫିଜିର ସର୍ବୋଚ୍ଚ ନାଗରିକ ସମ୍ମାନ।

Leave A Reply

Your email address will not be published.