ଖୁବଶୀଘ୍ର ମୁକ୍ତିଲାଭ କରିବ ଭିନ୍ନକ୍ଷମ ନାରୀର କାହାଣୀକୁ ନେଇ ଚଳଚ୍ଚିତ୍ର ‘ଆଭା’

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ‘ଆଭା’ କୁ ମିଳିଲା ସେନସର ହୋଇ ଅନକଟ୍ ଓ‌ ୟୁ ସାର୍ଟିଫିକେଟ। ଆସନ୍ତା ୧୩ ସେପ୍ଟେମ୍ବରରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ ଓମ୍ ବାବା ପ୍ରଡ଼କସନ୍ସ ଦ୍ୱାରା ନିର୍ମିତ ଏହି ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଆଭା’। ଜଣେ ଭିନ୍ନକ୍ଷମ ନାରୀର କାହାଣୀକୁ ନେଇ ନିର୍ମାଣ ହୋଇଛି ଏହି ଚଳଚ୍ଚିତ୍ର।

‘ଆଭା’ ଏକ ନିପଟ ମଫସଲ ଗାଁର ଗରିବ ପରିବାରର ଜଣେ ଶାରୀରିକ ଭିନ୍ନକ୍ଷମ ଝିଅ। ଭିନ୍ନକ୍ଷମ ହେଲେ ମଧ୍ୟ କେମିତି ଜୀବନ ଶୈଳୀରେ ବଞ୍ଚିବାକୁ ହେବ ଯାହା ସମାଜକୁ ଏକ ପ୍ରକାର ଶିକ୍ଷା ମିଳିବ ତାହାରି ଉପରେ ଆଧାରିତ ଚଳଚ୍ଚିତ୍ର ‘ଆଭା’। ଏଥିରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି ନବାଗତା ଅଭିନେତ୍ରୀ ସୋନା ମଲ୍ଲିକ। ତାଙ୍କ ସହିତ ଅଭିଜ୍ଞ ଅଭିନେତ୍ରୀ ଅନୁ ଚୌଧୁରୀ, କେଦାର ମିଶ୍ର, ଶ୍ଵେତା ଆଚାର୍ଯ୍ୟଙ୍କ, ଵିଶାଲ ସାହୁ ସମେତ ଆହୁରି ଅନେକ ତାରକା ଅଭିନୟ କରିଛନ୍ତି।

ଏହି ଚଳଚ୍ଚିତ୍ରଟି ପଶ୍ଚିମବଙ୍ଗର ମେଦିନିପୁରର ଏକ ଆଦିବାସୀ ଗ୍ରାମର ଜଙ୍ଗଲ ଘେରି ରହିଥିବା ଏକ ଗ୍ରାମୀଣ ପରିବେଶରେ ସୁଟିଂ କରାଯାଇଛି। ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଛନ୍ତି ପ୍ରବୀର ମହାପାତ୍ର। କାହାଣୀ ଓ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦାୟିତ୍ୱରେ ଅଛନ୍ତି ପଲ୍ଲଵ ରୟ। ସଂଳାପ ଲେଖିଛନ୍ତି ବିଶିଷ୍ଟ ଗୀତିକାର ମୋହିତ ଚକ୍ରବର୍ତ୍ତୀ। ଚିତ୍ରୋତ୍ତଳନରେ ଚିତ୍ତରଞ୍ଜନ ବିଶ୍ୱାଳ, ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଜୁମଦାର।

କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ସତ୍ୟ ପ୍ରକାଶ ସାହୁ। କ୍ରିଏଟିଭ ହେଡ୍‌ (ମାର୍କେଟିଙ୍ଗ ଓ ପିଆର୍) ଦାୟିତ୍ଵ ରେ ଅଛନ୍ତି ପ୍ରଣୟ ଜେଠୀ । ଚଳଚ୍ଚିତ୍ର ପ୍ରେମୀଙ୍କ ପାଇଁ ଓମ୍ ବାବା ପ୍ରଡକସନ୍ସ ଏକ ନୂଆ ସ୍ୱାଦର ସିନେମା ଭେଟି ଦେଉଛି। ଏହା ଏକ ନାରୀ କୈନ୍ଦ୍ରିକ ଚଳଚ୍ଚିତ୍ର ହୋଇଥିବାରୁ ସମାଜରେ ସୁପ୍ରଭାବ ପକାଇବ ବୋଲି ନିର୍ମାତା ଓ ନିର୍ଦ୍ଦେଶକ ଆଶା ପ୍ରକଟ କରିଛନ୍ତି।

Leave A Reply

Your email address will not be published.