ରାଜ୍ୟରେ କମିବ ଶୀତ, ଘନ କୁହୁଡି ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ କମିବ ଶୀତ। ରାତି ତାପମାତ୍ରା ବଢିବା ସହିତ ଶୀତର ପ୍ରକୋପ କମିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ କମିବା ନେଇ ସମ୍ଭାବନା ରହିଛି। ଆସନ୍ତା ୨୨ ଏବଂ ୨୩ରେ ବଙ୍ଗୋପସାଗରରେ ଗୁରୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏଥିପାଇଁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବାରୁ ରାତିରେ ବଢିବ ତାପମାତ୍ରା। ଆଉ ଗୁରୁଚାପ ବଳୟ ଯୋଗୁଁ ଘନକୁହୁଡି ସମ୍ଭାବନା ମଧ୍ୟ ରହିଛି। ଆଜିଠାରୁ ଅର୍ଥାତ୍ ୨୧ ତାରିଖରୁ ଦେଶର ଉତ୍ତର ପଶ୍ଚିମ ଭାଗରେ ପଶ୍ଚିମା ଝଡ଼ର ପ୍ରଭାବ ରହିବା ସମ୍ଭାବନା ଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ କମିବା ସହ କୁହୁଡ଼ିର ପ୍ରଭାବ ବଢ଼ିବ।

ଅନ୍ୟପଟେ ଏବେ ରାଜ୍ୟରେ ଶୀତ ପଡୁଥିବା ବେଳେ କିଛି କିଛି ସ୍ଥାନରେ ଘନ କୁହୁଡି ଦେଖାଦେଉଛି। ଏଥିପାଇଁ ଆସନ୍ତା ୨୨ ଯାଏଁ ଘନ କୁହୁଡି ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କଟକ, କେନ୍ଦ୍ରାପଡା, କନ୍ଧମାଳ ପାଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୪ ଦିନ କଲବଲ କରିବ ଘନ କୁହୁଡି। ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା। ଜିରୋ ଭିଜିବିଲିଟି ପରିସ୍ଥିତି ନେଇ ଘାଟି ଅଞ୍ଚଳରେ ଧିମା ଗତିରେ ଗାଡି ଚଳାଇବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.