୧୬ରୁ କ୍ରିକେଟ୍ ଲିଗ୍; ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବୋନି କପୁର ଏବଂ ଅର୍ଜୁନ କପୁର

ଭୁବନେଶ୍ୱର: ଆସନ୍ତା ୧୬ ତାରିଖରେ କଟକ ବାରବାଟି ଷ୍ଟାଡିୟମରେ ହେବ ସେଲିବ୍ରେଟି କ୍ରିକେଟ ଲିଗ୍। ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଭେଟିଛନ୍ତି ବଲିଉଡ୍ ଅଭିନେତା ଅର୍ଜୁନ କପୁର ଓ ପ୍ରଯୋଜକ ବୋନୀ କପୁର।

ସୂଚନା ଅନୁଯାୟୀ, ଏନେଇ ଦୁହେଁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି। ଆସନ୍ତା ୧୬ ତାରିଖରେ ପଞ୍ଜାବ ଦି ଶେର ଓ ଭୋଜପୁରୀ ଦବଙ୍ଗ ଟିମ୍ ମଧ୍ୟରେ ଗୋଟିଏ ମ୍ୟାଚ ଓ ମୁମ୍ବାଇ ହିରୋ, ବେଙ୍ଗଲ ଟାଇଗର୍ସଙ୍କ ମଧ୍ୟରେ ଗୋଟିଏ ମ୍ୟାଚ ଅନୁଷ୍ଠିତ ହେବ।

Leave A Reply

Your email address will not be published.