୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ୨ ଆକାଉଣ୍ଟାଣ୍ଟ

ଅନୁଗୁଳ: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦୁଇ ଆକାଉଣ୍ଟାଣ୍ଟ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଅନୁଗୁଳ ସିଭିଲ୍ ସପ୍ଲାଏଜ୍ ଅଫିସର (ସିଏସ୍ଓ)ଙ୍କ କାର୍ଯ୍ୟାଳୟର ଦୁଇ ଜଣ ଜୁନିଅର ଆକାଉଣ୍ଟାଣ୍ଟଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଅଭିଯୁକ୍ତ ମାନେ ହେଲେ ଜୁନିଅର ଆକାଉଣ୍ଟାଣ୍ଟ ରାଜନାରାୟଣ ସାହୁ ଏବଂ ଜିତେନ ପଟ୍ଟନାୟକ।

ଫର୍ଟିଫାଏଡ୍ ରାଇସ୍ କର୍ଣ୍ଣାଲ୍ସ (ଏଫଆରକେ) ସମ୍ପର୍କିତ ୬୦ଲକ୍ଷ ଟଙ୍କାରୁ ଅଧିକ ବିଲ୍ ରାଶି ପ୍ରଦାନ କରିବା ବଦଳରେ ଏକ ରାଇସ୍ ମିଲ୍‌ର ପରିଚାଳକ (ଅଭିଯୋଗକାରୀ)ଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଜୁନିଅର ଆକାଉଣ୍ଟାଣ୍ଟଙ୍କୁ ଗିରଫ କରିଛନ୍ତି ।

ଦୁଇ ଆକାଉଣ୍ଟାଣ୍ଟଙ୍କ ସମ୍ପର୍କିତ ଦୁଇଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି । ଏହି ସମ୍ପର୍କରେ, ଭିଜିଲାନ୍ସ ପକ୍ଷରୁ ଧାରା ୭ ପିସି (ସଂଶୋଧନ) ଆଇନ, ୨୦୧୮ ଅନୁଯାୟୀ ଏକ ମାମଲା ପଞ୍ଜୀକୃତ ହୋଇଛି । ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ତଦନ୍ତ ଜାରି ରହିଛି ।

Leave A Reply

Your email address will not be published.