ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ।

ସ୍ୱର୍ଗତ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ ଝିଅ ତଥା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ।

ଏହି ଘଟଣା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ। ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି।

ତେବେ ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ମୀନତି ଦାସ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

Leave A Reply

Your email address will not be published.