୩ ଦିନ ଯାଏ ପ୍ରବଳ ବର୍ଷା! ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି । ଆଜିଠୁ ଆହୁରି ୩ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡିଶା ଉପକୂଳରେ ହୋଇଥିବା ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବ। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ବଲାଙ୍ଗୀରରେ ଅତି ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ବଲାଙ୍ଗୀରରେ ଅତି ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ରାସ୍ତା ଉପରେ ମାଟି ଅତଡ଼ା ପଡ଼ିଥିବାରୁ ଯାତାୟାତରେ ବାଧା ଉପୁଜିଛି । ସେପଟେ ବିଭିନ୍ନ ନଦୀର ଜଳସ୍ତର କମିବା ପରେ ବନ୍ଯା ସ୍ଥିତିରେ ଆସିଛି ସୁଧାର । MV-37, କାଙ୍ଗୁରୁକୋଣ୍ଡା, ପାଙ୍ଗାମ ନଦୀ ଓ ପଟେରୁ ନଦୀ ପୋଲରୁ ପାଣି ଖସିବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲେ ମଧ୍ୟ ଜିଲ୍ଲାରେ ଆହୁରି ୫ ଦିନ ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ। ଜିଲ୍ଲାରେ ଅକସ୍ମାତ ବନ୍ୟା ସ୍ଥିତି ଉପୁଜିବାର ଆଶଙ୍କା ମଧ୍ୟ ରହିଛି ।

୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ଦକ୍ଷିଣ ଓଡ଼ିଶାରେ ବନ୍ୟା ସ୍ଥିତି ଜଟିଳ ହୋଇପାରେ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ। ସେପଟେ ମହାନଦୀ ଉପର ମୁଣ୍ଡରେ ଜାରି ରହିଛି ବର୍ଷା। ଫଳରେ ଫୁଲିବାରେ ଲାଗିଛି ହୀରାକୁଦ । ହୀରାକୁଦ ଜଳ ଭଣ୍ଡାରର ଜଳ ସ୍ତର 611.52 ଫୁଟରେ ପହଞ୍ଚିଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାରକୁ ୧ ଲକ୍ଷ ୪୦ ହଜାର ୪୮ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ବିଭିନ୍ନ କେନାଲ ଦେଇ 39 ହଜାର 753 କ୍ୟୁସେକ ଜଳ ନିସ୍କାସିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୩ ତାରିଖରେ ଏବର୍ଷର ପ୍ରଥମ ବନ୍ୟା ଜଳ ଛଡ଼ାଯିବ । ବିଭିନ୍ନ ନଦୀ ଓ ଶାଖା ନଦୀର ଜଳସ୍ତର ବଢ଼ିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.