ବରଗଡ଼: ବଜ୍ରାଘାତରେ ଗୋଟିଏ ପରିବାରର ୩ ମୃତ । ପରିବାରର ୩ ଜଣଙ୍କ ମୃତ୍ୟୁ ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ଏହି ଅଘଟଣ ଘଟିଛି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଲାଖମରା ଗାଁରେ । ବିଲରେ କାମ କରିବା ବେଳେ ବଜ୍ରପାତ ହୋଇଥିଲା । ଘଟଣାସ୍ଥଳରେ ସ୍ବାମୀ,ସ୍ତ୍ରୀ ଓ ପୁତୁରାଙ୍କ ମୃତ୍ୟୁ ହୋଇଛି ।
ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଜୁଳି ଘଡ଼ଘଡ଼ି ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।