କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର ଆରମ୍ଭ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେନ୍ଦୁଝର ଭଳି ଜିଲ୍ଲାରେ ଖଣି କାରବାର ଯୋଗୁଁ ଅଧିକ ଯାନବାହନ ଚଳାଚଳ ହେଉଛି। ଏହା ସହିତ ଆଗାମୀ ଦିନରେ ଅଧିକ ଶିଳ୍ପ ପ୍ରତିଷ୍ଠା ଓ ଭିତ୍ତିଭୂମିର ବିକାଶ ମଧ୍ୟ କରାଯିବ। ତେଣୁ, ଯାନବାହନ ଚଳାଚଳା ଆହୁରି ବୃଦ୍ଧି ପାଇବ। ଏ କ୍ଷେତ୍ରରେ ଉତ୍ତମ ଟ୍ରମା କେୟାର ବ୍ୟବସ୍ଥା ଲୋକଙ୍କୁ ଆଶୁ ମୃତ୍ୟୁ ମୁଖରୁ ବଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

BREAKING NEWS

ସରକାର ଗଠନ କରିବାର ଅଳ୍ପଦିନ ମଧ୍ୟରେ ସବୁ ଖଣିଜ ଜିଲ୍ଲା ଗୁଡିକର ମେଡିକାଲ କଲେଜ ଗୁଡିକରେ ଟ୍ରମା କେୟାର ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା ଏବଂ ଆଜି କେନ୍ଦୁଝରରେ ଏହା ସ୍ଥାପନ ହୋଇଛି। ଖୁବଶୀଘ୍ର ଅନ୍ୟସ୍ଥାନରେ ମଧ୍ୟ ଟ୍ରମା କେୟାର ସ୍ଥାପନ କରାଯିବ। ସେହିପରି ରାଜ୍ୟର ସ୍ୱାସ୍ଥ୍ୟକ୍ଷେତ୍ରରେ ଉନ୍ନତି ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ହସ୍ପିଟାଲ ଗୁଡିକର ଭିତ୍ତିଭୂମି ସୁଦୃଢ କରାଯାଉଛି। ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ କରାଯାଉଛି। ନୂଆ ସରକାର ଆସିବା ପରେ ୪ ହଜାର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମଚାରୀ ପଦବୀ ପୂରଣ କରାଯାଇଛି।

ଆଗାମୀ ଦିନରେ ୫ହଜାର ଡାକ୍ତର ପଦବୀ ପୂରଣ କରାଯିବ। ଏହା ସହିତ ନୂଆ ନୂଆ ଆମ୍ବୁଲାନ୍‌ସ ମଧ୍ୟ ଯୋଗାଇ ଦିଆଯାଉଛି। ସେହିପରି ରାଜ୍ୟରେ ଖୁବଶୀଘ୍ର ଆଉ ୪ଟି ନୂଆ ମେଡିକାଲ କଲେଜ ସ୍ଥାପନ କରାଯିବ। ସେଗୁଡିକ ହେଲା ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ ଓ ନବରଙ୍ଗପୁର। ଧିରେ ଧିରେ ରାଜ୍ୟର ସବୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠିତ ହେବ। ଦେଶରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ କେନ୍ଦ୍ର ସରକାର ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର ଏଥିପାଇଁ ୬୦ ପ୍ରତିଶତ ଅର୍ଥ ଦେଉଥିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥଦେବେ।

Leave A Reply

Your email address will not be published.