ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ

କଟକ: ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ । ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ ଜଷ୍ଟିସ୍‌ ଶ୍ରୀପଦଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । କର୍ଣ୍ଣାଟକ ହାଇକୋର୍ଟରୁ ବଦଳି ହୋଇ ଆସିଛନ୍ତି ଜଷ୍ଟିସ ଶ୍ରୀପଦ ।

ପୂର୍ବରୁ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଥିଲେ ଜଷ୍ଟିସ ଶ୍ରୀପଦ । ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି ।

ଆଜିର ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶା ହାଇକୋର୍ଟର ସମସ୍ତ ବିଚାରପତି, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୋଲିସ କମିଶନର, କଟକ ଡିସିପିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଆଇନଜୀବୀମାନେ ଉପସ୍ଥିତ ଥିଲେ ।

ତେବେ ଜଷ୍ଟିସ ଶ୍ରୀପଦ ୧୯୬୪ ମସିହା ଜୁଲାଇ ୨୦ରେ ଜନ୍ମ ଗ୍ରହଣ କରିଥିଲେ । ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ବେଙ୍ଗାଲୁରୁ ଆଇନ ମହାବିଦ୍ୟାଳୟରେ ସେ ଆଇନ ଅଧ୍ୟାପକ ଭାବେ କାର୍ଯ୍ୟ କରିଥିଲେ । ୨୦୧୮ ମସିହା ଫେବ୍ରୁଆରୀ ୧୪ ତାରିଖ ରେ ସେ କର୍ଣ୍ଣାଟକ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବରେ କାର୍ଯ୍ୟରେ ଯୋଗ ଦେଇଥିଲେ । ୨୦୨୦ ଜାନୁଆରୀ ୭ ତାରିଖରେ କର୍ଣ୍ଣାଟକ ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବରେ ଶପଥ ଗ୍ରହଣ କରିଥିଲେ ।

Leave A Reply

Your email address will not be published.