ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦିନ ଦେଶରେ ନୂଆ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଫଳରେ ଦେଶରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୬, ୪୯୧ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ସେହିପରି ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୦ ଟପିଲା। ସୋମାବାର ଆଉ ୭ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର। ଏଥିସହ ଚଳିତ ବର୍ଷ ରାଜ୍ୟର ମୋଟ୍ କୋଭିଡ୍ ରୋଗୀଙ୍କ ସଂଖ୍ୟା ୫୬ରେ ପହଞ୍ଚିଛି।
ସୋମବାର ୫ ଜଣ ରୋଗୀ ସୁସ୍ଥ ହେବା ସହ ବର୍ତ୍ତମାନ ସୁଦ୍ଧା ମୋଟ ୨୦ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଫଳରେ ରାଜ୍ୟରେ ଏବେ ୩୬ଜଣ ସକ୍ରିୟ କୋଭିଡ ରୋଗୀ ଅଛନ୍ତି। ଅନ୍ୟପଟେ କେରଳରେ ସର୍ବାଧିକ ୧,୯୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେରଳ ପରେ ପରେ ଗୁଜୁରାଟ, ପଶ୍ଚିମବଙ୍ଗ ଓ ଦିଲ୍ଲୀ ଆଦିରେ ଆକ୍ରାନ୍ତ ସଂଖ୍ୟା ଅଧିକ ରହିଛି।