ଆଜି ରାତିରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା…

ଭୁବନେଶ୍ୱର: ଓଡ଼ିଶାର ପ୍ରାୟ ୮ ଜିଲ୍ଲାରେ ସୋମବାର ରାତିରେ ବର୍ଷା, ବଜ୍ରପାତ ସହ ପ୍ରବଳ ପବନ ବହିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆକଳନ କରିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାୟଗଡ଼ା, ଗଜପତି, ନୂଆପଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ସୁନ୍ଦରଗଡ଼ ଏବଂ କୋରାପୁଟ ଜିଲ୍ଲା ପାଇଁ ହଳଦିଆ ସତର୍କତା ଜାରି ହୋଇଛି। ତେବେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ରହିଛି।

ଅପରପକ୍ଷରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକମାନଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.