ଝଡବର୍ଷା ନେଇ ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

 

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସନ୍ଧ୍ୟା ୭.୧୯ ପର୍ଯ୍ୟନ୍ତ ଓଡ଼ିଶାର ୧୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ସମ୍ବଲପୁର, ସୋନପୁର ଏବଂ ସୁନ୍ଦରଗଡ଼ର କିଛି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହିତ ମଧ୍ୟମ ଧରଣର ଝଡ଼ବର୍ଷା ହୋଇପାରେ।

ମଧ୍ୟାହ୍ନ ବୁଲେଟିନ୍ ଅନୁଯାୟୀ, ସୋମବାର ସକାଳ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା/ବଜ୍ରପାତ ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

୧୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଫଳରେ ଅଗଷ୍ଟ ୧୨ ତାରିଖରୁ ବର୍ଷାର ତୀବ୍ରତା ବୃଦ୍ଧି ପାଇପାରେ।

Leave A Reply

Your email address will not be published.