୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଦେବେ ଯୋଗ। ସୂଚନା ମୁତାବକ, ସେପ୍ଟେମ୍ବର ମାସରେ ମୁଖ୍ୟମନ୍ତ୍ରୀ ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫେରେନ୍ସରେ ଯୋଗ ଦେବେ।

ଏହାସହ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ସେହିପରି ଦିଲ୍ଲୀ ଗସ୍ତ ଅବସରରେ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ରାଜ୍ୟରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିପାରନ୍ତି। ସେହିପରି ରାଜ୍ୟରେ ଖାଲିପଡିଥିବା ମନ୍ତ୍ରୀ ପଦ ଓ ବିଭିନ୍ନ ନିଗମର ଅଧ୍ୟକ୍ଷ ପଦ ପୂରଣ ପାଇଁ ଆଲୋଚନା ହେବାର ସମ୍ଭାବନା ରହିଛି।

ହେଲେ ଏନେଇ କୌଣସି ସଠିକ ସୂଚନା ମିଳିନାହିଁ । ରାଜ୍ୟରେ ଗତ ବର୍ଷେ ହେବ ୬ ମନ୍ତ୍ରୀ ପଦ ଓ ବିଭିନ୍ନ ନିଗମର ଅଧ୍ୟକ୍ଷ ପଦ ଖାଲି ରହିଛି । ଯାହାକୁ ନେଇ ବିଭିନ୍ନ ସମୟରେ ରାଜ୍ୟ ବିଜେପି ସଭାପତି ମଧ୍ୟ ଦିଲ୍ଲୀ ଗସ୍ତ କରି କେନ୍ଦ୍ରୀୟ ନେତାଙ୍କୁ ସାକ୍ଷାତ କରି ସବିଶେଷ ଆଲୋଚନା କରିଥିଲେ ।

Leave A Reply

Your email address will not be published.