ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପ୍ରଥା ଓ ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

Leave A Reply

Your email address will not be published.