ପୁରୀ: ଆସନ୍ତାକାଲି ପବିତ୍ର ଦୀପାବଳି,ପୟାଶ୍ରାଦ୍ଧ । ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ । ସିଂହଦ୍ଵାର ନିକଟରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବା ପାଇଁ ଚାରୋଟି ସ୍ଥାନ ନିରୂପଣ କରାଯାଇଛି । ୨୦ ଏବଂ ୨୧ ତାରିଖ ଦୁଇଦିନ ପାଇଁ ବ୍ୟବସ୍ଥା କରାଯାଇଛି ।
ପୁରୀ ପୋଲିସ ପକ୍ଷରୁ ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଭାବେ ବଡ଼ବଡ଼ିଆ ଡାକିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମାର୍କେଟ ଛକ ଠାରୁ ନୋ ଭେହିକିଲ ଜୋନ୍ କରାଯାଇଥିବା ସୂଚନା ରହିଛି । ଭୋର ୪ଟା ରୁ ରାତି ୧୦ ଟା ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା ।