ଲ୍ୟାଣ୍ଡଫଲ୍‌ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ: ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ବର: ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ମୋନ୍ଥା(Cyclonic Storm “Montha” )। ସମୁଦ୍ର ଭିତରେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି । ଆସନ୍ତା ୨୮ ତାରିଖ ରାତି ସୁଦ୍ଧା ବାତ୍ୟା ସ୍ଥଳଭାଗ ଛୁଇଁବା ବୋଲି ଆଶଙ୍କା କରାଯାଉଛି । ତେବେ ଓଡ଼ିଶାରେ ପହଞ୍ଚିଲା ବେଳକୁ ବାତ୍ୟା ଦୁର୍ବଳ ହୋଇଥିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

IMD ଡିଜି କହିଛନ୍ତି ଯେ, ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହୋଇଯିବ। ଦକ୍ଷିଣ ଓଡ଼ିଶା ଦେଇ ବାତ୍ୟା ଛତିଶଗଡ଼ ମୁହାଁ ହେବ। ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ମୋନ୍ଥାର ପ୍ରଭାବ ପଡ଼ିବ। ଓଡ଼ିଶାରେ ବାତ୍ୟା ଦୁର୍ବଳ ହେଉଥିବାରୁ ୬୦ରୁ ୭୦ କି.ମି. ପବନ’ ବହିବ। ୨୮ ରାତିରୁ ୨୯ ସକାଳ ଭିତରେ ବେଶୀ ପ୍ରଭାବ ରହିବ।

ସୂଚନାଥାଉକି, ବାତ୍ୟା ମୋନ୍ଥା ବର୍ତ୍ତମାନ ଚେନ୍ନାଇଠାରୁ ୫୨୦ କିଲୋମିଟର ଦୂରରେ ଥିବାବେଳେ, କାକିନାଡ଼ାଠାରୁ ୫୭୦ କିଲୋମିଟର ଦୂରରେ ରହିଛି । ଗୋପାଳପୁରଠାରୁ ୬୦୦କିଲୋମିଟର ଦୂରରେ ଅଛି । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ଏହା ସ୍ଥଳଭାଗ ଛୁଇଁବ ।

Leave A Reply

Your email address will not be published.