ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ସରକାର ପ୍ରସ୍ତୁତ, ୪୮ ଘଣ୍ଟାରେ କରାଯିବ ବିଦ୍ୟୁତ୍‌ ପୁନଃସ୍ଥାପନ

ଭୁବନେଶ୍ଵର: ବଳ ଗୋଟାଉଛି ବାତ୍ୟା ମନ୍ଥା। ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ଗତି କରି ନିକଟତର ହେଉଛି। ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ଯଦି ଅଧିକ ପବନ କିମ୍ବା ବର୍ଷା ଯୋଗୁଁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଉଛି , ତୁରନ୍ତ ସେ ସବୁକୁ ଲଗାଇବା ପାଇଁ ବ୍ୟବସ୍ଥା ହୋଇଛି। ୯ଟି ଜିଲ୍ଲାରେ ତାର, ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ ଖୁଣ୍ଟ ମହଜୁଦ୍‌ ରଖାଯାଇଛି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ଟଳିବାର ୪୮ ଘଣ୍ଟାରେ ବିଦ୍ୟୁତ୍ ପୁନଃସ୍ଥାପନ କରିବୁ। ଧାନ ଫସଲ ନଷ୍ଟ ହେବାର ଆଶଙ୍କା ରହିଛି। ତେଣୁ ଜିଲ୍ଲାପାଳ ମାନଙ୍କୁ ତୁରନ୍ତ ରିପୋର୍ଟ ଦେବାକୁ କୁହାଯାଇଛି। ଦାନା ସମୟରେ ୭ ଦିନରେ ଟଙ୍କା ଦିଆଯାଇଥିଲା। ଏବେ ମଧ୍ୟ ସେହି ଢଙ୍ଗରେ କ୍ଷତିପୂରଣ ଦିଆଯିବ। ଅନ୍ୟପଟେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ମୋନ୍ଥାର ପ୍ରଭାବ ଓ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି। ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି।

ସୂଚନା ଥାଉକି ବାତ୍ୟା ମଚ୍ଛଲିପଟନମଠାରୁ ୧୪୦ ଏବଂ କାକିନାଡାଠାରୁ ୨୪୦ କିମି ଦୂରରେ ରହିଛି। ଗୋପାଳପୁରଠାରୁ ୫୩୦ କିଲୋମିଟର ଦୂରରେ ରହିଛି ମନ୍ଥା। ଆଜି ସନ୍ଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବା ନେଇ ସୂଚନା ରହିଛି। ଆନ୍ଧ୍ର ଉକୂଳ କାକିନାଡା ଦଇ ଅତିକ୍ରମ କରିବ ବାତ୍ୟା। ଲ୍ୟାଣ୍ଡଫଲ ବେଳେ ପବନର ବେଗ ସର୍ବାଧିକ ୧୧୦ କିମି ରହିବ।

Leave A Reply

Your email address will not be published.