ଭୁବନେଶ୍ୱର: ନଭେମ୍ବର ୨୭ରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ। ତେବେ ବିଧାନସଭାର ଶୀତ ଅଧିବେଶନରେ ମୋହନ ସରକାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ । ତେବେ ନୂଆପଡ଼ା ଉପନିର୍ବାଚନ ପରେ ବିଧାନସଭାର ଶୀତ ଅଧିବେଶନ ବସିବ ବୋଲି ସୂଚନା ମିଳିଛି।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ବିଧାନସଭାର ଶୀତ ଅଧିବେଶନକୁ ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବାର ଅଛି, ଆଉ ଏହି ଗସ୍ତରେ ରାଷ୍ଟ୍ରପତି ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରିପାରନ୍ତି । ତେବେ ଏନେଇ କୌଣସି ପ୍ରକାର ବିଧିବଦ୍ଧ ଘୋଷଣା କରାଯାଇନି ।
ଅନ୍ୟପଟେ ବିଧାନସଭା ଶୀତ ଅଧିବେଶନକୁ ରାଷ୍ଟ୍ରପତି ଆସିପାରନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା। ପୂରା କାର୍ଯ୍ୟକ୍ରମ ଆସିନାହିଁ, ଆସିବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ।