ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା, ୨୪ ଘଣ୍ଟାରେ ୪ ଜିଲ୍ଲାରେ କାଳବେଶାଖୀ ଆଶଙ୍କା

ଭୁବନେଶ୍ବର: ରାଜ୍ୟରେ ବଢୁଛି ତାପମାତ୍ରା । ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା। ଏହାସହ ଆଗକୁ ରହିଛି ସୁପର ଏଲ୍‌ନିନୋ ଭୟ। ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ ହେଲାଣି। ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ । ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟର ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।

ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେପଟେ ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.