ଓଡ଼ିଶାରେ ନିଯୁକ୍ତି ପାଇବେ ୨୦ ହଜାର ଶିକ୍ଷକ

ରାଜ୍ୟରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଓସେପା ୱେବସାଇଟ୍‌- www.osepa.odisha.gov.in ରେ ବିଜ୍ଞପ୍ତି ଜାରି ହୋଇଛି। ଆସନ୍ତା ୧୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ ଅକ୍ଟୋବର ୧୦ ଆବେଦନର ଶେଷ ତାରିଖ ରହିଛି। ସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ହେବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଚୟନ ହେବ। ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ଓସେପା ୱେବସାଇଟ୍‌ରେ ବିଜ୍ଞପ୍ତି ପ୍ରକାଶ ପାଇଛି।

କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ସିବିଟି ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ।ଓସେପାରେ ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି । ଓସେପାର ୱେବସାଇଟ୍‌ରେ ଆଶାୟୀମାନେ ଆବେଦନ କରିପାରିବେ।

Leave A Reply

Your email address will not be published.