ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ l ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଓ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିସନ୍ର ପ୍ରତିଷ୍ଠା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ ରାଷ୍ଟ୍ରପତି l