ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା – ଧର୍ମେନ୍ଦ୍ର ପ୍ରଧାନ
• ଦାମୋଦର ରାଉତ ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ
ଭୁବନେଶ୍ୱର, ମାର୍ଚ୍ଚ ୨୨ – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି ।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ସ୍ୱର୍ଗତ ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ସେ ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । କେନ୍ଦ୍ରମନ୍ତ୍ରୀ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
ଭୁବନେଶ୍ୱର ସ୍ଥିତ ଦାମଙ୍କ ବାସଭବନରେ ସବୁ ରାଜନୈତିକ ଦଳର ନେତାମାନେ ଶେଷ ଦର୍ଶନ କରିଛନ୍ତି । ଓଡ଼ିଶା ରାଜନୀତିରେ ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।