କଣ୍ଡେଇ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

କଣ୍ଡେଇ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

*କାଠ କଣ୍ଢେଇ ନୃତ୍ୟକଳାକୁ ବଞ୍ଚାଇ ରଖିବାରେ ତାଙ୍କର ପ୍ରତିବଦ୍ଧତା ସ୍ମରଣୀୟ ହୋଇ ରହିବ – ଧର୍ମେନ୍ଦ୍ର ପ୍ରଧାନ*

• ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ

ଭୁବନେଶ୍ୱର, ଜୁନ ୧ – ଓଡ଼ିଶାର ବିଶିଷ୍ଟ କଣ୍ଢେଇ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ କେନ୍ଦୁଝରର କଣ୍ଢେଇ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ମାଗୁଣୀ ଚରଣ କୁଅଁରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଶାର ପ୍ରାଚୀନ କଳା ତଥା କାଠ କଣ୍ଢେଇ ନୃତ୍ୟକଳାକୁ ବଞ୍ଚାଇ ରଖିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅବର୍ଣ୍ଣନୀୟ । ଆମର ଲୋକକଳାକୁ ଉଜ୍ଜିବୀତ କରିବାରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.