ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ପ୍ରବଳ ଛେଚିବ

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ୨୭ରେ ମଧ୍ୟ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ଯାଏଁ ବର୍ଷା ନେଇ କେତେକ ସ୍ଥାନକୁ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତାକାଲି ପାଇଁ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ୨୭ ରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ।

ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ ବୋଲି ସୂଚନା ଦିଆଯାଇଛି । ସେଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ।

Leave A Reply

Your email address will not be published.