କଟକ: କୋଲକାତାର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦିନକୁ ଦିନ ତୀବ୍ର ହେଉଛି ଆନ୍ଦୋଳନ । ସମଗ୍ର ଦେଶ ସହ ଓଡିଶାର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର ମାନେ ।
କଟକ ଏସସିବି, ବୁର୍ଲା ଭୀମସାର, ବ୍ରହ୍ମପୁର ଏମକେସିଜି, ଭୁବନେଶ୍ବର ଏମ୍ସରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରୁଛନ୍ତି ଡାକ୍ତର । ଏହି କାରଣରୁ ରୋଗୀ ସେବା ପ୍ରଭାବିତ ହୋଇଛି । ଜରୁରିକାଳୀନ ଚିକିତ୍ସାକୁ ଛାଡ଼ି ଅନ୍ୟ ସମସ୍ତ ବିଭାଗ ସେବା ପ୍ରଭାବିତ ହୋଇଛି ।