ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ l ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ।
ବୈଠକରେ ୪ଟି ପ୍ରସ୍ତାବରେ ମୋହର ଲାଗିବାର ଆଶା ଥିବା କୁହାଯାଉଛି ।
ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ଆଶା କରାଯାଉଛି l