ବଢିଲା ରାସନ ଇ-କେୱାଇସି ଅପଡେଟ୍ ଅବଧି, ଜାଣନ୍ତୁ କେତେ ତାରିଖ ଯାଏ ଚାଲିବ

ଭୁବନେଶ୍ୱର: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କେୱାଇସିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଇ-କେୱାଇସି ଅପ୍‌ଡେଟ୍‌ ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲା, ଏବେ ଫେବୃଆରୀ ୧୫କୁ ବୃଦ୍ଧି କରାଯାଇଛି। ଅବଧି ବୃଦ୍ଧି ନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିବା ବେଳେ ବର୍ତ୍ତମାନ ଏହା ଫେବୃଆରୀ ୧୫କୁ ବୃଦ୍ଧି ପାଇଛି। କିଛି ଲୋକ ଇ-କେୱାଇସି କରି ନଥିବାରୁ ବୃଦ୍ଧି ପାଇଁ ଦାବି କରିଥିଲେ। ଏହାକୁ ବିଚାର କରି ସରକାର ଅବଧି ବୃଦ୍ଧି ନେଇ ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି।

ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨କୋଟି ୯୪ ଲକ୍ଷ ୫୯ ହଜାର ୮୮୬ e-KYC ଓ ରାଜ୍ୟ ବାହାରୁ ୧ଲକ୍ଷ ୩୦ ହଜାର ୨୬ ଜଣ ବାହାରେ e-KYC କରିଛନ୍ତି। ସୂଚନାଯୋଗ୍ୟ, ଏବେ ରାସନ କାର୍ଡ ହିତାଧିକାରୀଙ୍କ ଇ-କେୱାଇସି ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାସନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ ଇ-କେୱାଇସି ମାଧ୍ୟମରେ ଡିଲର ଅପ୍‌ଡେଟ୍‌ କରୁଛନ୍ତି।

Leave A Reply

Your email address will not be published.