ଭୁବନେଶ୍ଵର: ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ୍ । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଗ୍ରୀଷ୍ଣ ପ୍ରବାହ ଏବଂ ବୃଦ୍ଧି ପାଉଥିବା ତାପମାତ୍ରା ଯୋଗୁଁ ଛାତ୍ରଛାତ୍ରୀମାନେ ଯେଭଳି କୌଣସି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ସ୍କୁଲ କର୍ତ୍ତୃପକ୍ଷ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି। ସ୍କୁଲ କର୍ତ୍ତୃପକ୍ଷ ପାନୀୟ ଜଳ, ଖାଦ୍ୟପୁଡ଼ିଆ, ଓଆରଏସ ଏବଂ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖିବାକୁ କୁହାଯାଇଛି।
ବିଦ୍ୟାଳୟ, ସମେତ ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାର ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି । ଏହାକୁ ଆଖିରେ ରଖି ଆବଶ୍ୟକୀୟ ସମସ୍ତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ । ଗତକାଲି ସକାଳୁ ଅଙ୍ଗନୱାଡି କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଆଜି ସକାଳ ୭ଟାରୁ ଦିନ ୯ଟା ଯାଏଁ ସାରା ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ର ଖୋଲିଥିଲା ।