ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ବର: ଏଣିକି ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ଏମାନଙ୍କୁ ଏହି ଯୋଜନାରେ ସାମିଲ କରିବେ ରାଜ୍ୟ ସରକାର। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଏହା ସହିତ ଏହି ୨ଟି ଶ୍ରେଣୀର ପିଲାଙ୍କୁ ସପ୍ତାହକୁ ୩ଟି ଲଡୁ ଓ ଏକ ଅତିରିକ୍ତ ଅଣ୍ଡା ମଧ୍ୟ ଦିଆଯିବ। ମୁଖ୍ୟମନ୍ତ୍ରୀଙ୍କ ପୋଷଣ ଯୋଜନାରେ ଏହି ଖର୍ଚ୍ଚ କରାଯିବ।

ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ଖର୍ଚ୍ଚ କରିବେ। ମୁଖ୍ୟମନ୍ତ୍ରୀଙ୍କ ପୋଷଣ ଯୋଜନାରେ ବଜେଟରୁ ଏହି ଟଙ୍କା ଖର୍ଚ୍ଚ ହେବ। ୨୦୨୫-୨୬ ଆର୍ଥିକ ବର୍ଷରୁ ଏହା ଲାଗୁ ହେବ ବୋଲି ଯବିବାକୁ ମିଳିଛି।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ। ପୂର୍ବରୁ ଜାରି କରିଥିବା ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗ ଏହି ସୂଚନା ଦେଇଛି। ତେବେ ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ସେହିପରି ମଙ୍ଗଳବାର, ଗୁରୁବାର ଓ ଶନିବାର ପୋଷଣଯୁକ୍ତ ଲଡୁ ଦିଆଯିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହି ଲଡୁ ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ଏହି ଖାଦ୍ୟ ଦିଆଯିବ।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଛି। ଏହାକୁ ପୋଷାଣ ‌ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଛି ମାସ ପୂର୍ବରୁ ଆଲୋଚନା କରିଥିଲେ।

Leave A Reply

Your email address will not be published.