ଭୁବନେଶ୍ଵର: ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ ପ୍ରଦୀପ ଜେନାଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି । ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ପ୍ରଦୀପ ଜେନା । ସୁରେଶ ମହାପାତ୍ରଙ୍କ ପରେ ଖାଲି ପଡ଼ିଥିଲା ଏହି ପଦ ।
ଗୋଟିଏ ସମୟରେ ବାଣିଜ୍ୟ କମିଶନର ଓ ରାଜ୍ୟ ପରିବହନ କମିଶନର ଭାବେ ଦାୟିତ୍ବ ପରିବହନ କରିଥିଲେ । ଓଡ଼ିଶା ଆର୍ଥିକ ଦୁର୍ବଳ ଥିବା ସମୟରେ ସେ ଉଲ୍ଲେଖନୀୟ କାମ କରିଥିଲେ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ମଧ୍ୟ ବେଶ ପ୍ରଶଂସାଯୋଗ୍ୟ କାମ କରିଥିଲେ ପ୍ରଦୀପ ଜେନା । ସ୍ବତନ୍ତ୍ର ରିଲିଫ କମିଶନର ଭାବେ ମଧ୍ୟ ପ୍ରଦୀପ ଜେନା ଦକ୍ଷତା ପ୍ରଦର୍ଶିତ କରିଛନ୍ତି । ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଓ ଲୋକାଭିମୁଖୀ କାର୍ଯ୍ୟ କରିବାରେ ତାଙ୍କର ବହୁ ସୁନାମ ରହିଛି । ସେହିପରି କୋଭିଡ୍ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ ।