କନ୍ଧମାଳ: ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲ୍ଲା ପୋଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ନିପାତ ହୋଇଥିବା ବେଳେ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି।
ନିହତ ହୋଇଥିବା ଉଭୟ ମାଓବାଦୀ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। କନ୍ଧମାଳ ଜିଲ୍ଲାରେ ସକ୍ରିୟ ଥିବା ମାଓବାଦୀ ଗୃପର ମଙ୍କୁ ACM କ୍ୟାଡର ଏବଂ ଚନ୍ଦନ ପାର୍ଟି ସଦସ୍ୟ ବୋଲି ପୋଲିସ ପ୍ରାରମ୍ଭିକ ସୂଚନା ପାଇଛି। ସମ୍ପୃକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ ବ୍ୟାପକ ତଲାସୀ ଅଭିଯାନ ଜାରି ରହିଛି।
ଆଜି ପୂର୍ବାହ୍ନ ପ୍ରାୟ ୧୨ଟା ସମୟରେ DVF ଯବାନ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଗୁଳି ବିନିମୟରେ ମଙ୍କୁ ଏବଂ ଚନ୍ଦନଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଉଭୟଙ୍କ ମୃତ ଦେହ ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳରେ ଅପେରସନ ଜୋରଦାର କରିଛି।