ଘରୋଇ ପୁଞ୍ଜି ନିବେଶରେ ଦେଶରେ ୧ ନଂ ଓଡ଼ିଶା

ଭୁବନେଶ୍ୱର: ଘରୋଇ ପୁଞ୍ଜି ନିବେଶରେ ଦେଶରେ ଏକ ନମ୍ବର ଓଡ଼ିଶା। ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଘରୋଇ ପୁଞ୍ଜିନିବେଶ ହାସଲ କରିବା ଅନ୍ୟ ସବୁ ରାଜ୍ୟକୁ ଓଡ଼ିଶା ପଛରେ ପକାଇ ଏକ ନମ୍ବର ସ୍ଥାନ ହାସଲ କରିଛି। ଶିଳ୍ପ କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ସଫଳତା । CMIE ରିପୋର୍ଟ ଅନୁସାରେ, ଏପ୍ରିଲରୁ ଜୁନ୍ ମଧ୍ୟରେ ୧ଲକ୍ଷ ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରିଛି ଓଡ଼ିଶା ।

ଏହି ସମୟରେ ଅନ୍ୟ ସମସ୍ତ ରାଜ୍ୟରେ ୨ ଲକ୍ଷ ୧୦ ହଜାର କୋଟି ଟଙ୍କାର ନିବେଶ ହୋଇଥିବା ବେଳେ ଓଡ଼ିଶାରେ ୧ ଲକ୍ଷ ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି । କେମିକାଲ, ପେଟ୍ରୋ କେମିକାଲ, ଟେକ୍ସଟାଇଲ, ଗ୍ରୀନ୍ ଏନର୍ଜି ଭଳି କ୍ଷେତ୍ରରେ ପୁଞ୍ଜି ନିବେଶ ଆସିଛି। ଶିଳ୍ପ ମନ୍ତ୍ରୀ କହିଛନ୍ତି, ସରକାରଙ୍କ ପ୍ରତି ନିବେଶକଙ୍କ ଭରସା ବଢ଼ିଛି।

ବର୍ଷକ ମଧ୍ୟରେ ୧ ଲକ୍ଷ ୭୮ ହଜାର କୋଟି ନିବେଶ ହୋଇଥିବା ବେଳେ ତିନି ମାସରେ ୧ଲକ୍ଷ ୪୦ ହଜାର କୋଟି ଟଙ୍କାର ନିବେଶ ହୋଇଛି । ଖୋର୍ଦ୍ଧା, ଗୋପାଳପୁର ଓ ଯାଜପୁରରେ ଅନେକ ଶିଳ୍ପର ଗ୍ରାଉଣ୍ଡ ବ୍ରେକିଙ୍ଗ ହୋଇଛି । ଆଗାମୀ ଦିନରେ ଉତ୍କର୍ଷ ଓଡ଼ିଶାରେ ଆସିଥିବା ନିବେଶ ପ୍ରସ୍ତାବକୁ ସରକାର ଗ୍ରାଉଣ୍ଡିଙ୍ଗ ପାଇଁ ଯୋଜନା କରୁଛନ୍ତି ।

Leave A Reply

Your email address will not be published.