ବିଜେପିର ବରିଷ୍ଠ ନେତା ଶଙ୍କର୍ଷଣ ପରିଡାଙ୍କ ପରଲୋକ

ଭୁବନେଶ୍ୱର: ବିଜେପି ପଂଚାୟତ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ, ପୁରୀ ଜିଲ୍ଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ନେତା ଶ୍ରୀ ଶଙ୍କର୍ଷଣ ପରିଡାଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ତାଙ୍କ ପରଲୋକରେ ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି ।

ସ୍ୱର୍ଗତଃ ପରିଡା ଜଣେ କବି, ମିଷ୍ଟଭାଷୀ, ସୁସଂଗଠକ, ବନ୍ଧୁବତ୍ସଳ ବ୍ୟକ୍ତି ଭାବରେ ଜନସାଧାରଣଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲେ। ସ୍ୱର୍ଗତଃ ପରିଡା ରାଜ୍ୟ ପଂଚାୟତ ନିର୍ବାଚିତ ପ୍ରତିନିଧି ସଂଘର ପୂର୍ବତନ ସଭାପତି ଥିଲେ। ତାଙ୍କ ବିୟୋଗରେ ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି।

ସ୍ୱର୍ଗତଃ ପରିଡାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.