କଟକ ବାଲିଯାତ୍ରା ଅବଧି ଆଉ ଦିନକ ପାଇଁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।

ଯାହା ଫଳରେ ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି ୧୩ ତାରିଖ ଦିନ ଉଦଯାପିତ ହେବ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।

ଉଲ୍ଲେଖଯୋଗ୍ୟ, ପୂର୍ବ ଭାରତର ସବୁଠାରୁ ବଡ଼ ସାଂସ୍କୃତିକ ବାଣିଜ୍ୟିକ ମେଳା ହେଉଛି ବାଲିଯାତ୍ରା। ଯାହା କେଉଁ ବର୍ଷରୁ ମହାନଦୀ କୂଳରେ ଅନୁଷ୍ଠିତ ହୋଇଆସୁଛି। ବାଲିଯାତ୍ରା ଅୟୋଜନ ପାଇଁ ପୂର୍ବରୁ ୨ କୋଟି ଟଙ୍କା ସରକାରୀ ଅନୁଦାନ ମିଳୁଥିବା ବେଳେ ଚଳିତ ବର୍ଷ ଠାରୁ ମୁଖ୍ୟମନ୍ତ୍ରୀ ଏହି ଐତିହାସିକ ଉତ୍ସବ ପାଇଁ ୧୦ କୋଟି ଟଙ୍କା ସରକାରୀ ଅନୁଦାନ ମିଳିବ ବୋଲି ଘୋଷଣା କରିଥିଲେ।

Leave A Reply

Your email address will not be published.