ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର: ଶୀତରେ ଆସୁଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା। ଆଗକୁ କିଭଳି ରହିବ ପ୍ରଭାବ ହୋଇନି ସ୍ପଷ୍ଟ। ସେପଟେ ଫସଲ ଅମଳ ବେଳେ ଲଘୁଚାପ କଥା ଶୁଣି ଛାନିଆ ଚାଷୀକୂଳ।

ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.