ନବୀନ ନିବାସ ଯିବେ ନୂଆ ମୁଖ୍ୟମନ୍ତ୍ରୀ, ଶପଥଗ୍ରହଣ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ମୋହନ ମାଝୀ

ଭୁବନେଶ୍ୱର: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି ଶପଥ ଗ୍ରହଣ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ। ସୌଜନ୍ୟମୂଳକ ସାକ୍ଷାତ ପାଇଁ ମୋହନ ମାଝୀ ନବୀନ ନିବାସ ଯିବେ ବୋଲି ସୂଚନା ମିଳିଛି।

ଆଜି ଅପରାହ୍ନ ୪ଟା ୪୫ରେ ମୋହନ ମାଝୀ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବେ। ସେପଟେ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦୀ । ଆଜି ଦିନ ୨ ଟା ୧୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦୀ । ସେଠାରୁ ସିଧା ରାଜଭବନ ଯିବେ । ଅପରାହ୍ନ ସାଢ଼େ ୪ ଟାରେ ରାଜଭବନରୁ ବାହାରି ଜନତା ମୈଦାନ ଯିବେ ମୋଦୀ । ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଓ ଶପଥ ଗ୍ରହଣ ଉତ୍ସବକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଏବଂ ହଜାର ହଜାର ଓଡ଼ିଶାବାସୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ। ଗତକାଲି ବିଜେପିର ତୁଙ୍ଗ ନେତା ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ନିମନ୍ତ୍ରଣ ଦେଇଥିଲେ। ଅନ୍ୟପଟେ ଶପଥ ଗ୍ରହଣ ପୂର୍ବରୁ ସାଧାରଣ ଲୋକଙ୍କ ସହ କଥା ହୋଇ ତାଙ୍କ ଭଲମନ୍ଦ ପଚାରି ବୁଝିଛନ୍ତି ମୋହନ ମାଝୀ ।

Leave A Reply

Your email address will not be published.