ଘୂର୍ଣ୍ଣିବଳୟ ପ୍ରଭାବରେ ୬ରୁ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଏଇ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।

ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣି ବଳୟ ପ୍ରଭାବରେ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଜଗପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ସେପଟେ ଆଜି ଆଜି ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। କିଛି କିଛି ସ୍ଥାନରେ ଝିପିଝିପି ବର୍ଷା ହଉଥିବା ସୂଚନା ମିଳିଛି।

Comments (0)
Add Comment