ଭିଜିଲାନ୍ସ ଜାଲରେ ଏଆରଆଇ ବାବୁ, ୫୧ହଜାର ଟଙ୍କା ଜବତ

ପୁରୀ: ଭିଜିଲାନ୍ସ ଜାଲରେ ଏଆରଆଇ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପୁରୀ ଜିଲ୍ଲା ଚନ୍ଦନପୁର ଆରଆଇ ଅଫିସର ଏଆରଆଇ ଶ୍ରୀ ପବିତ୍ର କୁମାର କାଣ୍ଡି। ଲାଞ୍ଚ ନେବା ବେଳେ ତାଙ୍କୁ ଧରିଥିଲା ଭିଜିଲାନ୍ସ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ।

ସୂଚନା ଅନୁସାରେ, ଚାଷ ଜମିକୁ ଘରବାରି ଜମି କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୫୧ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଶ୍ରୀ କାଣ୍ଡି। ଏନେଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ଉକ୍ତ ବ୍ୟକ୍ତି। ପୁର୍ବ ଯୋଜନା ମୁତାବକ ଆଜି ଉକ୍ତ ବ୍ୟକ୍ତି ଜଣଙ୍କ ତାଙ୍କୁ ଲାଞ୍ଚ ଟଙ୍କା ଦେଉଥିବା ବେଳେ ପୁର୍ବରୁ ଲୁଚି ବସିଥିବା ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲା।

ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିବା ସହ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ ୩ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍।

Comments (0)
Add Comment