ଏଣିକି ଘରେ ବସି ପାଇପାରିବେ ରାସନ

ଭୁବନେଶ୍ୱର: ରାଜ୍ୟରେ ଏବେ ସୁଦ୍ଧା ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାସନ କାର୍ଡଧାରୀଙ୍କୁ ଚିହ୍ନଟ କରାଯାଇଛି। ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

ସେ ଆହୁରି ମଧ୍ଯ କହିଛନ୍ତି, ଏଣିକି ବୟସ୍କଙ୍କ ପାଇଁ ଆସିବ ସ୍ୱତନ୍ତ୍ର ରାସନ୍ ଆପ। ଘରେ ବସି ଚାଉଳ ପାଇପାରିବେ ରାସନ କାର୍ଡ ହିତାଧିକାରୀ। ଯେଉଁମାନେ ପଞ୍ଚାୟତ ଅଫିସ ଆସିପାରୁନାହାନ୍ତି ସେମାନଙ୍କୁ ଘରେ ଚାଉଳ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର।

ସେହିଭଳି ଯେଉଁ ମାନଙ୍କ ବୟସାଧିକ କାରଣ ଯୋଗୁଁ ଟିପ ଚି଼ହ୍ନ କାମ କରୁନାହିଁ ସେମାନଙ୍କ ପାଇଁ ସ୍ୱତନ୍ତ୍ର ଆପ ଆଣିବେ ସରକାର।

ସରକାର ଏବେ ଆଧାରଭିତ୍ତିକ ଇ-କେୱାଇସି ଲାଗୁ କରିଛନ୍ତି। ଯାହାଫଳରେ ଅଯୋଗ୍ୟ ହିତାଧୀକାରୀଙ୍କ ନାଁ ଆପେ ଆପେ ବାଦ ପଡ଼ିଯିବ। ଯେଉଁ ପରିବାରର ବାପପୁଅ ଅଲଗା ରହୁଥିବେ ଉଭୟଙ୍କୁ ରାସନକାର୍ଡ ଦେବାର ବ୍ୟବସ୍ଥା କରାଯିବ ବୋଲି ଗୃହରେ କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ।

Comments (0)
Add Comment