୯ ଜିଲ୍ଲାରେ ୩ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଭୁବନେଶ୍ୱର ଏବଂ କଟକ ସହର ସମେତ ଓଡିଶାର ୯ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶୁକ୍ରବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।

ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ, ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଜିଲ୍ଲା ଗୁଡିକ ମଧ୍ୟରେ ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, ଖୋର୍ଦ୍ଧା (ଭୁବନେଶ୍ୱର), ନୟାଗଡ଼, କେନ୍ଦ୍ରାପଡା ଏବଂ କଟକ ରହିଛି। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Comments (0)
Add Comment