ଡାକ୍ତରଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ: ସ୍ବାସ୍ଥ୍ଯ ମନ୍ତ୍ରୀ

ଭୁବନେଶ୍ୱର: କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ନ୍ୟାୟ ଦାବି କରି ଦେଶବ୍ୟାପୀ ଡାକ୍ତରମାନେ ବିକ୍ଷୋଭରେ ସାମିଲ ହୋଇଛନ୍ତି। ଓଡିଶାରେ ସ୍ୱାସ୍ଥ୍ୟ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି।

ଏନେଇ ଓଡିଶା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଯେ ଡାକ୍ତରଙ୍କ ସୁରକ୍ଷା ଏବଂ ନିରାପତ୍ତା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ।

ଡାକ୍ତରଙ୍କ ସୁରକ୍ଷା ଆମର ପ୍ରାଥମିକତା ମଧ୍ୟରୁ ଗୋଟିଏ ଏବଂ ଆମେ ସେମାନଙ୍କୁ ସୁରକ୍ଷା ଦେବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି।

ତେବେ ଡାକ୍ତରଙ୍କ ପ୍ରତିବାଦ ନେଇ ବିଭାଗ ନଜର ରଖିଛି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରାଯକରିବେ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।

Comments (0)
Add Comment