ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ, ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅସୁସ୍ଥତା କାରଣରୁ ଆନ୍ଧ୍ରପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭେଟିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ବରିଷ୍ଠ ନେତା ବିଶ୍ବଭୂଷଣଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏହି ସମୟରେ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

Comments (0)
Add Comment