ସଭାପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସାଂସଦ ଓ ପଦାଧିକାରୀ ଯୋଗଦେଲେ
କାର୍ଯ୍ୟକର୍ତାଙ୍କ ମଧ୍ୟରେ ଉତ୍ସାହ
ବିମାନବନ୍ଦରରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
ଭୁବନେଶ୍ୱର,ତା.୨୯/୧୧: ଓଡ଼ିଶାରେ ଡବଲଇଞ୍ଜିନ ସରକାର ଗଠନ ହେବା ପରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଓଡ଼ିଶା ଗସ୍ତରେ ଆସିଛନ୍ତି । ଏନେଇ ସାରା ଓଡ଼ିଶା ଉତ୍ସବମୁଖର ହୋଇଉଠିଛି । ବିଶେଷକରି କାର୍ଯ୍ୟକର୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।
ଶ୍ରୀ ମୋଦିଜୀଙ୍କୁ ଦେଖିବା ପାଇଁ ବିମାନବନ୍ଦରଠାରୁ ଆରମ୍ଭ କରି ରାଜ୍ୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାଶ୍ୱର୍ରେ ଲୋକଙ୍କ ଭିଡ଼ ଜମିଥିଲା । ଅପରାହ୍ନରେ ବିମାନ ବନ୍ଦରରେ ପହଂଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ସେଠାରେ ଉପସ୍ଥିତ ଲୋକଙ୍କୁ ଅଭିବାଦନ ଜଣାଇ ମୋଦିଜୀ ରାଜଭବନ ଯାଇଥିଲେ । ଏହି ସମୟରେ ରାସ୍ତାର ଉଭୟ ପାଶ୍ୱର୍ରେ ପାରମ୍ପରିକ ଲୋକ ନୃତ୍ୟ, ଗୀତ ଓ ବାଜାରେ ତାଙ୍କୁ ସ୍ୱାଗତ କରାଯାଇଥିଲା । ଏହାପରେ ସନ୍ଧ୍ୟାରେ ମୋଦିଜୀ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇଥିଲେ । ସେଠାରେ ମନ୍ତ୍ରୀ, ସାଂସଦ,ବିଧାୟକ ଓ ପଦାଧିକାରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ଏହାପରେ ରାତ୍ର ଭୋଜନ କରି ରାଜଭବନକୁ ଫେରିଯାଇଥିଲେ ।