ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ କ୍ରିକେଟ୍ ମ୍ୟାଚ୍, ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଏହି ଅବସରରେ ମ୍ୟାଚର ପ୍ରଥମ ଟିକେଟ ପୁରୀ ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ପ୍ରଦାନ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା।

ବାରବାଟୀ ଷ୍ଟାଡିୟମରେ କିଭଳି ମ୍ୟାଚ ସୁରୁଖୁରୁରେ ହେବ ସେନେଇ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ମ୍ୟାଚର ପ୍ରଥମ ଟିକେଟ କିଣିଛନ୍ତି।

 

ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ କାର୍ଯ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସଂପାଦକ ସଞ୍ଜୟ ବେହେରା, ଅନୁଗୋଳ ବିଧାୟକ ତଥା ଆପେକ୍ସ କାଉନ୍‌ସିଲ ସଦସ୍ୟ ପ୍ରତାପ ପ୍ରଧାନ, ଓଡ଼ିଶା ଅଲମ୍ପିକ ଆସୋସିଏସନର ସଂପାଦକ ଅଭିଜିତ ପାଲ୍, ପୂର୍ବତନ ବିଧାୟକ ଲଳିଟେନ୍ଦୁ ମହାପାତ୍ର, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି।

Comments (0)
Add Comment