କଲବଲ କରୁଛି ଘନ କହୁଡ଼ି: ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଘନକୁହୁଡିରୁ ଏବେ ନାହିଁ ନିସ୍ତାର । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଜନଜୀବନ ଅସ୍ତବ୍ୟସ୍ତ କରିବ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତା ୪ରୁ ୫ ଦିନ ଯାଏ ତାପମାତ୍ରାରେ ପରିବର୍ତ୍ତନ ହେବନାହିଁ।

ଆଜି ପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଅନୁଗୋଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ଦୃଶ୍ୟମାନର ଦୂରତା ୫୦ ମିଟରରୁ କମ୍ ରହିବ । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଘନକୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ସତର୍କତାର ସହ କରିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ସେହିପରି ଆସନ୍ତାକାଲି ପାଇଁ କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନୟାଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ ।ବର୍ତ୍ତମାନ ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡି ମାତ୍ରା ବୃଦ୍ଧି ପାଉଛି । ସେପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି।

Comments (0)
Add Comment